ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୮ ମୃତ, ଅନେକ ଗୁରୁତର |

ଚେନ୍ନାଇ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ରବିବାର ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣ ସମୟରେ କାରଖାନାରେ ପ୍ରାୟ ୩୦ ଜଣ ଶ୍ରମିକ କାମ କରୁଥିଲେ।

ଉଦ୍ଧାର ହୋଇଥିବା ଆହତଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି, ଯାହାଙ୍କ ଶରୀର ୬୦% ପୋଡ଼ି ଯାଇଥିବା ସୂଚନା ମିଳିଛି। ବାଣ କାରଖାନାରେ ବିସ୍ଫୋରଣ ପରେ ମଧ୍ୟ ବାଣ ଫୁଟିବା ଜାରି ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ୍ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ମନ୍ତ୍ରୀ ଓ ଜିଲ୍ଲାପାଳଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

error: Content is protected !!