ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଏକ ଶୋଚନୀୟ ଘଟଣା ଘଟିଛି। ଭଞ୍ଜନଗର ଜଳଭଣ୍ଡାରରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ଦୁଇ ନାବାଳକଙ୍କର ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ, ରବିବାର ୬ ଜଣ ସାଙ୍ଗ ମିଶି ଜଳଭଣ୍ଡାରକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ସମୟରେ ଅସାବଧାନତା ବଶତଃ ସେମାନଙ୍କ ମଧ୍ୟରୁ ୪ ଜଣ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଲୋକଙ୍କ ସହାୟତାରେ ୨ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବା ବେଳେ, ଅନ୍ୟ ଦୁଇଜଣ ନାବାଳକଙ୍କର ମୃତ୍ୟୁ ଘଟିଛି।
ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।
