କାଲିଠୁ ୨୫ ଯାଏ ସ୍କୁଲ ଛୁଟି |

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି।

ଆସନ୍ତାକାଲିଠାରୁ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାର ସମସ୍ତ ପ୍ରାଥମିକ, ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ପ୍ରବଳ ଖରା ଯୋଗୁ ଛାତ୍ରଛାତ୍ରୀଙ୍କ ସ୍ବସ୍ଥ୍ୟାବସ୍ଥାକୁ ଗୁରୁତ୍ୱ ଦେଇ ଜିଲାପାଳ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ହେବ ଜିଲାରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଥିବା ବେଳେ ସ୍କୁଲ ଯାଉଥିବା କୋମଳମତି ଶିଶୁମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଭିଭାବକ ମହଲରୁ ଆସିଥିବା ଅନୁରୋଧ ଓ ପାଣିପାଗ ସ୍ଥିତିକୁ ସମୀକ୍ଷା କରି ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଦିନରେ ସ୍ଥିତିକୁ ଦେଖି ଛୁଟି ଅବଧି ବୃଦ୍ଧି କରାଯିବ କି ନାହିଁ, ସେ ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

error: Content is protected !!