ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ |

ଢେଙ୍କାନାଳ ଜିଲ୍ଲାର ବାଲିଆ ପଞ୍ଚାୟତ ଅଧୀନ ସଂସାଇଲୋ ଗାଁରେ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକାଙ୍କ ନାମ ଗୀତାଞ୍ଜଳି ସାହୁ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସକାଳେ ସେ ଆମ୍ବ ତୋଳିବା ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ହଠାତ୍ ହାତୀ ଆସି ତାଙ୍କୁ ଆକ୍ରମଣ କରିଥିଲା। ଆକ୍ରମଣ ଗୁରୁତର ହୋଇଥିବାରୁ ସେ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ।

ଏହି ଘଟଣା ପରେ ଗାଁରେ ଭୟ ଓ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ଏପରି ଘଟଣା ବାରମ୍ବାର ଘଟୁଥିବାରୁ ଚିନ୍ତା ବ୍ୟକ୍ତ କରିଛନ୍ତି ଏବଂ ବନ ବିଭାଗ ତରଫରୁ ଶୀଘ୍ର ପ୍ରଭାବୀ ପଦକ୍ଷେପ ନେବାକୁ ଦାବି କରିଛନ୍ତି।
ଘଟଣାସ୍ଥଳକୁ ବନ ବିଭାଗ ଦଳ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *

error: Content is protected !!